ଚନ୍ଦ୍ରପୁର ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର |
୪୩ଟି ଅଭିଯୋଗର ଶୁଣାଣି, ଦୁଇ ଜଣଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ଆର୍ଥିକ ସହାୟତା |
ଚନ୍ଦ୍ରପୁର / ଗୁଣପୁର / ରାୟଗଡ଼: ରାୟଗଡ଼ ଜିଲ୍ଲାର ଚନ୍ଦ୍ରପୁର ବ୍ଲକ ସଦ୍ଭାବନା ସଭାଗୃହରେ ସୋମବାର (୨୩.୧୧.୨୦୨୬) ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଗୁଣପୁର ଉପଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ବିଶ୍ୱମ୍ବର ବେହେରା, ଅତିରିକ୍ତ ଆରକ୍ଷୀ ଅଧିକାରୀ ନିହାର ରଞ୍ଜନ ପ୍ରଧାନ, ଗୁଣପୁର ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନଙ୍କ ସମେତ ଚନ୍ଦ୍ରପୁର ତହସିଲଦାର ଓ ବିଡିଓ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ।
ଏହି ଶିବିରରେ ମୋଟ ୪୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଥିମଧ୍ୟରୁ ୧୭ଟି ବ୍ୟକ୍ତିଗତ ଏବଂ ୨୬ଟି ସାମୂହିକ ଅଭିଯୋଗ ରହିଥିଲା। ଏହି ଅବସରରେ ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ଦୁଇ ଜଣ ହିତାଧିକାରୀଙ୍କୁ ୨୫ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଥିଲେ।
ଜନସାଧାରଣଙ୍କଠାରୁ ଗ୍ରହଣ କରାଯାଇଥିବା ସମସ୍ତ ଅଭିଯୋଗକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପଠାଯାଇ ତୁରନ୍ତ ତଦନ୍ତ ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଏହି ଜନ ଅଭିଯୋଗ ଶୁଣାଣି ଶିବିରରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗଦେଇଥିଲେ।
Share this content:



Post Comment